www.samajalive.in
Monday, December 15, 2025
15.1 C
Bhubaneswar

ଆଗାମୀ ଦିନରେ ଓଡ଼ିଆ ଚଳଚ୍ଚିତ୍ର ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିବ

ଭୁବନେଶ୍ବର : ବିଗତ ଦିନରେ ଅନେକ ଓଡ଼ିଆ ସିନେମା ଜାତୀୟ ସ୍ତରରେ  ଖ୍ୟାତି ଓ ପ୍ରସିଦ୍ଧି ଲାଭ କରିଛି। ଆଗାମୀ ଦିନରେ ଓଡ଼ିଆ ଚଳଚ୍ଚିତ୍ରର ଉନ୍ନତି ଓ ବିକାଶ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ଓଡ଼ିଶା ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ । ଆଗାମୀ ଦିନରେ ଓଡ଼ିଆ ଚଳଚ୍ଚିତ୍ର ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିବ ବୋଲି ସେ ଆଶାବାଦୀ ଥିବା କହିଥିଲେ । ଜନତା ମଇଦାନରେ ଆୟୋଜିତ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡିଶା କନକ୍ଲେଭରେ ଓଡିଆ ଚଳଚ୍ଚିତ୍ର ଜଗତରେ ନିବେଶର  ବିଭିନ୍ନ ଦିଗ ଏବଂ ସୁଯୋଗ ସୃଷ୍ଟି ସମ୍ବନ୍ଧରେ ଆଲୋଚନା ହୋଇଥିଲା । ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସଶକ୍ତ ଓ ସମୃଦ୍ଧ କରିବା ପାଇଁ ଏକ ଆଲୋଚନାଚକ୍ରର ଆୟୋଜନ ହୋଇଥିଲା । ଏଥିରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ସଂସ୍କୃତି ବିଭାଗର ପ୍ରମୁଖ ନିର୍ଦ୍ଦେଶକ ସମର୍ଥ ବର୍ମା, ବିଧାୟକ ଆକାଶ ଦାସ ନାୟକ ଯୋଗଦେଇଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories