ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉପଲକ୍ଷେ ଚଳଚଞ୍ଚଳ ସାରା ଓଡ଼ିଶା

ଭୁବନେଶ୍ୱର: ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ ରବିବାର ଅର୍ଥାତ ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି। ଏହି ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯିବା ସହ ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ଏଥିପାଇଁ ସାରା ରାଜ୍ୟ ଚଳଚଞ୍ଚଳ ହୋଇଉଠିଛି। ସକାଳ ସମୟରୁ ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ବର୍ଷ ଆରମ୍ଭ ହେଉଥିବାରୁ ଲୋକମାନେ ଦେବାଦେବୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରିବା ସହ ଏହି ଦିନ ଛତୁଆ ଓ ପଣା ଭୋଗର ବିଧି ରହିଛି।

Comments are closed.