www.samajalive.in
Monday, December 8, 2025
14.1 C
Bhubaneswar

ରଥଯାତ୍ରା ଦେଖିବାକୁ ଆସିବେ ପ୍ରଧାନମନ୍ତ୍ରୀ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପୁରୀ ରଥଯାତ୍ରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର ସମ୍ଭାବନା ରହିଛି। ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିପାଇଁ ମୋଦୀଙ୍କୁ ଭେଟି ଏଥିପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଶ୍ରୀ ମାଝୀ ନିମନ୍ତ୍ରଣ କରିଛନ୍ତି।
ନୀତି ଆୟୋଗ ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଯାଇଥିଲେ। ଆଗାମୀ ଜୁନ୍‌ ୨୭ରେ ହେବାକୁ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ ଯୋଗଦେବାକୁ ଏହି ଅବସରରେ ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଏବଂ ବୈଠକରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର
ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ଜାଣିବା ପରେ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି।
ପ୍ରକାଶଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ପୂର୍ବରୁ ପୁରୀ ଆସିଥିଲେ। ଶ୍ରୀମନ୍ଦିରରେ ଦାରୁବ୍ରହ୍ମଙ୍କୁ ଦର୍ଶନ କରିଥିଲେ। ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ମୋଦୀ ବଡ଼ଦାଣ୍ଡରେ ରୋଡ଼ ଶୋ’ କରିଥିଲେ। ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ଖୋଲିବା ସହ ରତ୍ନ ଅଳଙ୍କାର ଗଣତି ଏବଂ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିବାକୁ ନିର୍ବାଚନୀ ଇସ୍ତାହାରରେ ବିଜେପି ପ୍ରତିଶ୍ରୁତି ଦେଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ବିଜେପି ଓଡ଼ିଶାର ଶାସନ କ୍ଷମତାକୁ ଆସିଛି। ଏହାପରେ ପ୍ରଧାନମନ୍ତ୍ରୀ ମୋଦୀ ଏକାଧିକ ଥର ଓଡ଼ିଶା ଆସିଥିଲେ ମଧ୍ୟ ପୁରୀ ଆସିନାହାନ୍ତି। ଆଗାମୀ ରଥଯାତ୍ରାକୁ ସେ ପୁରୀ ଆସିବା ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଗତବର୍ଷ ପୁରୀ ରଥଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ଚତୁର୍ଦ୍ଧା ବିଗ୍ରହଙ୍କୁ ରଥ ଉପରେ ଦର୍ଶନ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories