www.samajalive.in
Sunday, December 14, 2025
26.1 C
Bhubaneswar

ପାନ୍ଥନିବାସରେ ଚାଲିବ ଓଡ଼ିଆ ବିଶ୍ବବିଦ୍ୟାଳୟ କାର୍ଯ୍ୟାଳୟ

ଭୁବନେଶ୍ବର : ଚଳିତ ଶିକ୍ଷାବର୍ଷରୁ ଓଡ଼ିଆ ବିଶ୍ବବିଦ୍ୟାଳୟରେ ପାଠପଢ଼ା ଆରମ୍ଭ ହେବାକୁ ଯାଉଛି। ସାକ୍ଷିଗୋପାଳ ପାନ୍ଥନିବାସରେ ବିଶ୍ବବିଦ୍ୟାଳୟର କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେବ। ବିଶ୍ବବିଦ୍ୟାଳୟର କାର୍ଯ୍ୟାଳୟ ପାଇଁ ଉକ୍ତ ପାନ୍ଥନିବାସକୁ ୩ ମାସ ଭଡ଼ାସୂତ୍ରରେ ନିଆଯିବ। ଏହାସହ ବିଶ୍ବବିଦ୍ୟାଳୟରେ ଅଣଶିକ୍ଷକ କର୍ମଚାରୀଙ୍କ ପଦ ପୂରଣ ହୋଇନାହିଁ। ତେଣୁ ସାକ୍ଷିଗୋପାଳସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି (ଡିଗ୍ରୀ) ମହାବିଦ୍ୟାଳୟରୁ ୨ ଜଣ କିରାଣୀ ଏବଂ ଜଣେ ପିଅନ ୩ ମାସ ପାଇଁ ଓଡ଼ିଆ ବିଶ୍ବବିଦ୍ୟାଳୟରେ ନିୟୋଜିତ ହେବେ। ଏହି ୩ କର୍ମଚାରୀଙ୍କୁ ଅସ୍ଥାୟୀ ଭାବେ ନିୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ସ୍ମୃତି (ଡିଗ୍ରୀ) ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଅନୁରୋଧ କରାଯାଇଛି। ଏହାସହ ବିଶ୍ବବିଦ୍ୟାଳୟର କାର୍ଯ୍ୟାଳୟ ପାଇଁ ଆନୁଷଙ୍ଗିକ ବନ୍ଦୋବସ୍ତ ଉପରେ ବିଭାଗ ଗୁରୁତ୍ବ ଦେଇଛି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories