www.samajalive.in
Monday, December 15, 2025
27.1 C
Bhubaneswar

ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟର ଡିଜାଇନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତ୍ତବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା। ପୁରୀ ଜିଲାର ସତ୍ୟବାଦୀ ସ୍ଥିତି ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ ବିଦ୍ୟାଳୟ ପରିସରରେ ଏହି ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଏହାର ମର୍ଯ୍ୟାଦାକୁ ବହୁଗୁଣିତ କରିବ ବୋଲି ଆଶା କରାଯାଏ।


ଏହି ନୂତନ ବିଶ୍ବବିଦ୍ୟାଳୟର ଡିଜାଇନ୍ ସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ କରାଯାଇଛି। ଏଠାରେ ଶାନ୍ତ, ସ୍ନିଗ୍ଧ ଓ ମୁକ୍ତ ପରିବେଶ ମଧ୍ୟରେ ଉତ୍ତମ ଶୈକ୍ଷିକ ଅନୁଭବ ପ୍ରଦାନର ଲକ୍ଷ୍ୟ ରଖାଯାଇଛି। ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କରିବାର ବ୍ୟବସ୍ଥା ରହିବ। ଏହି ଡିଜାଇନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମଦୋନ କରିଛନ୍ତି। ଏହାର ନିର୍ମାଣରେ ବିସ୍ତୃତ ଯୋଜନା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତରେ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯିବ।

- Advertisement -


ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସତ୍ୟବାଦୀ ବନ ବିଦ୍ୟାଳୟ ଥିଲା ସ୍ବାଧୀନତା ସଂଗ୍ରାମ ସମୟରେ ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ। ବକୁଳ ଓ ଛୁରିଆନା ବୃକ୍ଷ ଛାୟାରେ ମୁକ୍ତ ପରିବେଶ ମଧ୍ୟରେ ଏହି ବିଦ୍ୟାଳୟ ଗଢ଼ି ଉଠିଥିଲା। ଏଥିରେ ଓଡ଼ିଶାର ବହୁ ବିଖ୍ୟାତ ବ୍ୟକ୍ତି ଅଧ୍ୟୟନ କରି ପରବର୍ତ୍ତୀ ସମୟରେ ରାଜ୍ୟର ଗୌରବକୁ ବୃଦ୍ଧି କରିଥିଲେ। ଏହା ଥିଲା ଏକ ଆଦର୍ଶ ବିଦ୍ୟାଳୟ। ମଣିଷ ତିଆରି କାରଖାନା। ସ୍ବାଧୀନତା ଯୁଗର ପଞ୍ଚସଖା ଗୋପବନ୍ଧୁ ଦାସ, କୃପାସିନ୍ଧୁ ମିଶ୍ର, ହରିହର ଦାସ, ପଣ୍ଡିତ ନୀଳକଣ୍ଠ ଦାସ ଏବଂ ପଣ୍ଡି ଗୋଦାବରୀଶ ମିଶ୍ରଙ୍କ ପରି ଉତ୍କଳ ଜନନୀଙ୍କ ସୁଯୋଗ୍ୟ ସନ୍ତାନମାନଙ୍କ ମାର୍ଗଦର୍ଶନରେ ଦେଶଭକ୍ତି, ସେବା, ପ୍ରଜ୍ଞା ଓ ଜାତୀୟତାର ମହାନ ଶିକ୍ଷାନୁଷ୍ଠାନ ଭାବେ ଏହା ପ୍ରସିଦ୍ଧ ଲାଭ କରିଥିଲା। ସେହି ଐତିହାସିକ ବନ ବିଦ୍ୟାଳୟରେ ଓଡ଼ିଶା ଭାଷା ବିଶ୍ବବିଦ୍ୟାଳୟ ନିଶ୍ଚିତ ଭାବରେ ଏକ ଅନନ୍ୟ ଉଦ୍ୟମ।


ଓଡ଼ିଆ ଭାଷା ଷଷ୍ଠ ଭାରତୀୟ ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଛି। ଓଡ଼ିଆ ଭାଷାର ଅତୀତ ଅତ୍ୟନ୍ତ ସମୃଦ୍ଧ। ଓଡ଼ିଆ ଭାଷାରେ ଅନେକ କାଳଜୟୀ ସାହିତ୍ୟ ସୃଷ୍ଟି ହୋଇଛି। ସତ୍ୟବାଦୀ ବନ ବିଦ୍ୟାଳୟରେ ସ୍ଥାପିତ ହେବାକୁ ଯାଉଥିବା ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟ ଓଡ଼ିଆ ଭାଷାକୁ ବିଶ୍ବସ୍ତରରେ ପ୍ରତିଷ୍ଠିତ କରିବା ପାଇଁ ଏକ ଅନନ୍ୟ ସୁଯୋଗ।


ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କରେ ଉଚ୍ଚତର ଶିକ୍ଷା ପ୍ରଦାନ କରାଯିବା ସହିତ ଆମ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରାଯିବ। ସାରା ଦେଶରେ ଓଡ଼ିଆ ଜାତିର ସ୍ବତନ୍ତ୍ରତା ଏବଂ ଓଡ଼ିଆ ଭାଷାର ମହନୀୟତା ସମ୍ପର୍କରେ ଏହା ଏକ ଉଦାହରଣ ସୃଷ୍ଟି କରିବ। ଏହି ବିଶ୍ବବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନ ଶକ୍ତିର ପରିପୂର୍ଣ୍ଣ ବିକାଶ ସହିତ ଓଡ଼ିଆ ଭାଷାର ବ୍ୟାକରଣ, ଶବ୍ଦ ଭଣ୍ଡାର, କଥନ, ଲିଖନ ଆଦି ବିଷୟରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରିବ।


ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ.ପାଣ୍ଡିଆନ୍‌ ସଞ୍ଚାଳନ କରିଥିଲେ। ଏଥିରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories