www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ: ମଞ୍ଚସ୍ଥ ହେବ ନାଟକ ‘ଉତ୍ତରଣ’, ପରିବେଷଣ କରିବେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସରକାରୀ ସ୍ତରରେ ବ୍ୟାପକ ଆୟୋଜନ କରାଯାଉଛି। ଏହି ମର୍ମରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଓଡ଼ିଆ କାବ୍ୟ କବିତାକୁ ନେଇ ଏକ ନାଟକ ପରିବେଷଣ କରାଯିବ । ଓଡ଼ିଆ ଭାଷାର ବିକାଶକ୍ରମ:ଏକ ମଞ୍ଚାୟନକୁ ନେଇ ନାଟକ ‘ଉତ୍ତରଣ‘ ଆସନ୍ତାକାଲି ସନ୍ଧ୍ୟା ସାଢେ ୬ ଘଟିକା ସମୟରେ ସତ୍ୟବାଦୀସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ମଞ୍ଚସ୍ଥ ହେବ । ଏହାକୁ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ଉପସ୍ଥାପନ କରିବେ । ଏଥିରେ ସପ୍ତଦଶ ଶତାବ୍ଦୀ ଠାରୁ ଆରମ୍ଭ କରି ଆଜି ପର୍ଯନ୍ତ ଓଡ଼ିଆ କାବ୍ୟକବିତା ମାନ ନାଟକ ମାଧ୍ୟମରେ ପ୍ରଦର୍ଶିତ ହେବ ।

ସୂଚନାଯୋଗ୍ୟ, ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଏହି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଆ ଭାଷାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବା ସହ ନାନାବିଧ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories