www.samajalive.in
Monday, December 15, 2025
26.1 C
Bhubaneswar

୭୭ତମ ସ୍ୱାଧୀନତା ଦିବସ – ରାଜ୍ୟସ୍ଥରୀୟ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଆୟୋଜିତ ୭୭ତମ ରାଜ୍ୟସ୍ଥରୀୟ ସ୍ୱାଧୀନତା ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି, ବିଶ୍ୱ ଇତିହାସରେ ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଥିଲା। ଭାରତ ଆଜି ନିଜକୁ ଏକ ପ୍ରମୁଖ ଶକ୍ତିରେ ପରିଣତ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ସେ କହିଛନ୍ତି, ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ମହାକାଶ ଗବେଷଣା କ୍ଷେତ୍ରରେ ଚନ୍ଦ୍ରଯାନ-୩ ଭାରତର ଗୌରବ ବୃଦ୍ଧି କରିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ଆଜି ରୂପାନ୍ତରଣ ହେଉଛି ଏବଂ ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଓ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ସଫଳତା ହାସଲ ସହ ସବୁ କ୍ଷେତ୍ରରେ ୫-ଟି ନୂଆ ଆଶା ସୃଷ୍ଟି କରିଛି। ରାଜ୍ୟର ସବୁ ବର୍ଗର ଲୋକେ ଏହି ରୂପାନ୍ତରଣରେ ସାମିଲ ହୋଇଛନ୍ତି ବୋଲି ସେ କହିଛନ୍ତି।

ଏହି ରାଜ୍ୟସ୍ଥରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସ୍ବରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ପୁଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଏନସିସି ଓଡ଼ିଶାର ଉପମହାନିର୍ଦ୍ଦେଶକ କମୋଡ଼ର ଯେ ସୁରେଶ, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ଟ୍ୱିନ ସିଟି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories