www.samajalive.in
Monday, December 8, 2025
20.1 C
Bhubaneswar

ଆଠଗଡ଼ରେ ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟିତ

ଆଠଗଡ଼ :  ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ଆଠଗଡ଼ ବ୍ଲକର କୁଲାଇଲୋ ଠାରେ ନବନିର୍ମିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରବିବାର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ନବୋଦୟ ବିଦ୍ୟାଳୟ ଢ଼ାଞ୍ଚାରେ ଆଠଗଡ଼ର ଏହି ଆଦର୍ଶ ବିଦ୍ୟାଳୟର ନିର୍ମାଣ ଦାୟିତ୍ୱ ଟାଟା କମ୍ପାନୀ ନେଇଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଉଷାରାଣୀ ସାହୁଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ବିଦ୍ୟାଳୟଟିକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା କ୍ଷେତ୍ରରେ ଏହି ଆଦର୍ଶ ବିଦ୍ୟାଳୟ ରାଜ୍ୟରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିବା ସହିତ ଗ୍ରାମାଞ୍ଚଳରେ ଥିବା ଲୁକାୟିତ ପ୍ରତିଭାଙ୍କୁ ଅନ୍ୱେଷଣ କରି ସେମାନଙ୍କୁ ବିକଶିତ କରିବାରେ ଏହା ବେଶ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଓ ଅନ୍ୟ ଅତିଥିଗଣ ମତପ୍ରକାଶ କରିଥିଲେ। କରୋନା ସଂକ୍ରମଣ ଯୋଗୁଁ ଏହି ବିଦ୍ୟାଳୟରେ ନାମଲେଖା ଓ ଶିକ୍ଷାଦାନ ବିଳମ୍ବିତ ହୋଇଥିବା ବେଳେ ଚଳିତ ବର୍ଷଠାରୁ ଏଠାରେ ଶିକ୍ଷାଦାନ ଆରମ୍ଭ ହେବ ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ କରିଥିଲେ। ଏଥିରେ ସମ୍ମାନୀତ ଅତିଥି ଭାବେ ଉପଜିଲ୍ଲାପାଳ ଭାବେ ହେମନ୍ତ କୁମାର ସ୍ୱାଇଁ, ବିଡ଼ିଓ ଅରୁଣ କୁମାର ଦାସ, ତହସିଲଦାର ପ୍ରିୟବ୍ରତ ଦାସ, ଜିଲ୍ଲପରିଷଦ ଉପାଧ୍ୟକ୍ଷ ସୁନିଲ କୁମାର ପରିଡ଼ା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରବିନ୍ଦ୍ର ନାଥ ରାଉତ, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ନୃସିଂହ ଚରଣ ମହାପାତ୍ର ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ନାମ ଲେଖାଇଥିବା ବହୁ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକଶିକ୍ଷୟିତ୍ରୀ, ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ କୁଲାଇଲୋ ସମେତ ଅନ୍ୟ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ ଯୋଗଦାନ କରିଥିଲେ ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories