www.samajalive.in
Tuesday, December 9, 2025
17.1 C
Bhubaneswar

ଓଡିଶା ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ପିପିଲି : ପିପିଲି ବ୍ଲକର ଗୋବିନ୍ଦପୁର ଗ୍ରାମ ଠାରେ ନିର୍ମାଣ ହେବାକୁ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସ୍ଥାନୀୟ ବିଧାୟକ ରୁଦ୍ରପ୍ରତାପ ମହାରଥୀଙ୍କ ଦ୍ୱାରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ପିପିଲି ଉପନିର୍ବାଚନ ପୂର୍ବରୁ ପିପିଲିର ସାମଗ୍ରିକ ବିକାଶ ପାଇଁ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ଗତବର୍ଷ ଫେବୃଆରୀ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଓଡିଶା ଆଦର୍ଶ ବିଦ୍ୟାଳୟର ଗୃହନିର୍ମାଣ ପାଇଁ ୧୦କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ ।
ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଗୋବିନ୍ଦପୁର ଗ୍ରାମ ଠାରେ ୫ଏକର ଜମିରେ ଏହି ବିଦ୍ୟାଳୟ ନିର୍ମାଣ ହେବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୭.୩୫ କୋଟି ଟଙ୍କା ବ୍ୟୟରେ ବିଦ୍ୟାଳୟର ଗୃହନିର୍ମାଣ ପାଇଁ ଟେଣ୍ଡର ସରିଛି । ଦ୍ୱିତୀୟ ପର୍ଯ୍ୟାୟରେ ସେଠାରେ ଛାତ୍ରୀ ନିବାସ ସହ ଖେଳପଡିଆ, ପ୍ରାଚୀର ଓ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟ କରାଯିବ । ଏକ ବର୍ଷ ଅବଧିକାଳ ମଧ୍ୟରେ ଏହି ବିଦ୍ୟାଳୟର ନିର୍ମାଣ ସରିବ ବୋଲି ବିଧାୟକ ଶ୍ରୀ ମହାରଥୀ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଭୂଦତ୍ତ ପ୍ରଧାନ, ସହକାରୀ ଯନ୍ତ୍ରୀ ନବଘନ ବେହେରା, କାର୍ଯ୍ୟନିର୍ବାହୀ ଅଂଶୀଦାର (ଠିକାଦାର) ତ୍ରିଭୂବନ ଦାଶ, ପିପିଲି ବ୍ଳକ ଉପାଧ୍ୟକ୍ଷ ଯୁଧିଷ୍ଠୀର ସ୍ୱାଇଁ, ବ୍ଳକ ଆତ୍ମା କମିଟିର ଅଧ୍ୟକ୍ଷ ଧରଣୀଧର ସାହୁ, ପୂର୍ବତନ ଜିଲା ପରିଷଦ ସଭ୍ୟ କିଶୋର କୁମାର ଛୋଟରାୟ, ଯୁବନେତା ଆର୍ତ୍ତବନ୍ଧୁ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories