www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାର ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ। ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ ଅଡିଟୋରିୟମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ। ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହି ଯୋଜନାରେ ଶିକ୍ଷକ ମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ।

 

- Advertisement -

ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ, ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଜଣ ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ, ବିଭାଗୀୟ ସଚିବ ଶ୍ରୀମତୀ ଅଶ୍ଵଥୀ ଏସ., ଓଏଭି ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories