www.samajalive.in
Sunday, December 7, 2025
26.1 C
Bhubaneswar

୨୬ ପର୍ଯ୍ୟନ୍ତ ଓକିଲଙ୍କ କାର୍ଯ୍ୟବନ୍ଦ ଜାରି

କଟକ : ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କୁ ପୁଲିସ ଆକ୍ରମଣ କରିବା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଆଇନଜୀବୀମାନେ ଦୀର୍ଘ ଦେଢମାସ ଧରି ଚଳାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନ ପୁଣି ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଅବ୍ୟାହତ ରହିଛି। ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଯିବା ପର୍ଯ୍ୟନ୍ତ କୋର୍ଟରେ ସେମାନେ କାର୍ଯ୍ୟବନ୍ଦ ଜାରି ରଖିବେ ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଶୁକ୍ରବାର ଅନୁଷ୍ଠିତ ସାଧାରଣ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ସଂପର୍କରେ ରାଜ୍ୟର ଅନ୍ୟ ବାର୍‍ ଆସୋସିଏସନ୍‍ ଗୁଡିକୁ ଅବଗତ କରାଯାଇଛି ଓ ଏଥିରେ ସାମିଲ ହେବା ପାଇଁ ମଧ୍ୟ ଅନୁରୋଧ କରାଯାଇଛି। ଆସନ୍ତା ୨୬ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ସାଧାରଣ ପରିଷଦ ବୈଠକରେ ଆଲୋଚନା କରାଯାଇ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ନିଷ୍ପତ୍ତି ନିଆଯିବ ବୋଲି ବାର ସଂପାଦକ ସତ୍ୟବ୍ରତ ମହାନ୍ତି ସୂଚନା ଦେଇଛନ୍ତି। ତେବେ ହାଇକୋର୍ଟ ବାର ଆସୋସିଏସନ ଉପ ସଭାପତି ବଂଶୀଧର ଶତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ହାଇକୋର୍ଟ ବାର୍‌ର ସମସ୍ତ କର୍ମକର୍ତ୍ତା, କଟକ ବାର୍‌ ଓ କ୍ରିମିନାଲ କୋର୍ଟ୍ସ ବାର ଆସୋସିଏସନ ଅଧିକାଂଶ କର୍ମକର୍ତ୍ତା ତଥା ବହୁ ଆଇନଜୀବୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଅଗଷ୍ଟ ୨୮ରେ ଏକ ସଡ଼କ ଦୁର୍ଘଟଣାକୁ ନେଇ ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କ ସହ ପୁଲିସର ଯୁକ୍ତିତର୍କ ହେବାପରେ ପୁଲିସ ଆଇନଜୀବୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ୨୯ରୁ ଆଇନଜୀବୀମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରଖିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories