www.samajalive.in
Saturday, December 6, 2025
16.1 C
Bhubaneswar

ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ

ଭୁବନେଶ୍ୱର: ଦୁଇ ବିଧାୟକଙ୍କ ପଦ ରଦ୍ଦ କରିଛନ୍ତି ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ । ଜୟଦେବ ବିଧାୟକ ଅରବିନ୍ଦ ଢାଲିଙ୍କ ବିଧାୟକ ପଦ ରଦ୍ଦ ହୋଇଥିବା ବେଳେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ମଧ୍ୟ ରଦ୍ଦ ହୋଇଛି । ଦଳବଦଳ କରିଥିବାରୁ ବିଧାୟକ ପଦକୁ ରଦ୍ଦ କରାଯାଇଛି । ଏହି ଦୁଇ ବିଧାୟକ ୨୦୧୯ରେ ବିଜେଡିରୁ ନିର୍ବାଚନ ଲଢି ଜିତିଥିଲେ । ହେଲେ ପରେ ବିଜେଡିରୁ ଇସ୍ତଫା ଦେଇଥିଲେ । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ମାର୍ଚ୍ଚ ୧୮ ତାରିଖରେ  ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ରଖିନଥିଲେ ଦୁଇ ବିଧାୟକ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories