www.samajalive.in
Saturday, December 6, 2025
19.1 C
Bhubaneswar

ଓଡିଶା ବିଧାନସଭା – ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପିତ

ଡେସ୍କ: ରାଜ୍ୟ ବିଧାନସଭାରେ ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ଅତିରିକ୍ତ ବଜେଟ ଆଗତ କରିଛନ୍ତି। ଚଳିତ ଅତିରିକ୍ତ ବଜେଟ ପରିମାଣ ୨୮ ହଜାର ୨୦୦ କୋଟି ଟଙ୍କା ରହିଛି। ଏହି ଅତିରିକ୍ତ ବଜେଟରେ ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪ ହଜାର ୬୯୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ପଞ୍ଚାୟତିରାଜ ବିଭାଗ ପାଇଁ ୪ ହଜାର ୮୩ କୋଟି ବ୍ୟୟବରାଦ କରାଯାଇଛି।

ସେହିପରି ଗଣଶିକ୍ଷା ବିଭାଗ ପାଇଁ ୨ ହଜାର ୮୮୨ କୋଟି, ଜଳସଂପଦ ପାଇଁ ୨ ହଜାର ୪୦୭ କୋଟି, ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୧୦ କୋଟି, ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧ ହଜାର ୩୦୨ କୋଟି, ପରିବହନ ଯୋଜନା ‘ଲକ୍ଷ୍ମୀ’ ପାଇଁ ୫୫୬ କୋଟି, ବ୍ଲକସ୍ତରରେ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୪ କୋଟି, ପଞ୍ଚାୟତକୁ ଆଇଟି ସଂଯୋଗୀକରଣ ପାଇଁ ୨୫୨ କୋଟି, ଗଣଶିକ୍ଷା ପାଇଁ ୨ ହଜାର ୮୮୨ କୋଟି, ଜଳସଂପଦ ପାଇଁ ୨ ହଜାର ୪୦୭ କୋଟି, ପଞ୍ଚାୟତିରାଜ ସଂସ୍ଥା ଦ୍ୱାରା ସ୍କୁଲ ଘର ନିର୍ମାଣ ପାଇଁ ୧୫୩ କୋଟି, ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନା ପାଇଁ ୧୧୦ କୋଟି ଏବଂ ଓଡ଼ିଶା ମୋଟର ପରିବହନ ଡ୍ରାଇଭର କଲ୍ୟାଣ ପାଇଁ ୨୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଅତିରିକ୍ତ ବଜେଟ ଉପସ୍ଥାପନ ପରେ ଗୃହକୁ ସୋମବାର ଯାଏଁ ମୁଲତବୀ ରଖାଯାଇଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories