www.samajalive.in
Saturday, December 6, 2025
23.1 C
Bhubaneswar

ମଦ ମୃତ୍ୟୁ ନେଇ ଗୃହରେ ବିଜେଡିର ହୋହାଲ୍ଲା; ଗୃହ ୪ଟା ଯାଏଁ ମୁଲତବୀ

ସମାଜ ଡିଜିଟାଲ ଡେସ୍କ: ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଆଜି ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିବାରୁ ପ୍ରଥମେ ୧୧ଟା ୩୦ମିନିଟ ଯାଏ ମୁଲତବୀ ରଖିଥିଲେ ବାଚସ୍ପତି। ଏହାପରେ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ବିଜେଡି ମଦ ମୃତ୍ୟୁ ନେଇ ହୋହାଲ୍ଲା କରିଥିଲେ। ଗଞ୍ଜାମ ଜିଲା ମଦ ମୃତ୍ୟୁ ଘଟଣାରେ ଆରଡିସି ସ୍ତରୀୟ ତଦନ୍ତ ଦାବି କରିଛି ବିଜେଡି। ବିଧାୟକ ମାନେ ଗୃହର ମଧ୍ୟ ଭାଗରେ ଆସି ହୋହାଲ୍ଲା କରିବାରୁ ଗୃହ କାର୍ଯ୍ୟ ଚଳାଇବା ଅସମ୍ଭବ ହୋଇଥିଲା। ଫଳରେ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories