www.samajalive.in
Monday, December 8, 2025
27.1 C
Bhubaneswar

ଶୂନ୍ୟକାଳରେ ଉଠିଲା ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ; ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବିଧାନସଭା ଶୂନ୍ୟକାଳରେ ଉଠିଲା ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ। ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦ ଖାଇ ଆଜି ଆଉ ଜଣେ ଆଖି ବୁଝିଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଥିବାରୁ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ। ସରକାର ଗୃହରେ ଏସମ୍ପର୍କରେ ବିବୃତ୍ତି ରଖିବାକୁ ଦାବି କରିଛନ୍ତି ବିରୋଧୀ। ଶୂନ୍ୟକାଳରେ ବିରୋଧୀ ବିଜେଡିର ସଦସ୍ୟମାନେ ହୋହାଲ୍ଲା କରିବା ସହ ଅବାକରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ନିଶାମୁକ୍ତ ଓଡ଼ିଶା ଗଠନ କହି ସରକାରକୁ ଆସିଥିଲା ବିଜେପି। ହେଲେ ଏବେ କଣ ହେଉଛି, ନୈତିକତା ଦୃଷ୍ଟିରୁ ଅବକାରୀ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ସେହିପରି ନାରୀ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା। ଅଢେଇ ମାସରେ ୬ଜଣଙ୍କୁ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି। ରାଜ୍ୟରେ ନାରୀ ସୁରକ୍ଷାକୁ ସରକାର ଗୁରୁତ୍ୱ ଦିଅନ୍ତୁ ବୋଲି କଂଗ୍ରେସ କହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories