ଡେସ୍କ: ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ଓଡିଶା ବିଧାନସଭାର ବଜେଟ ଅଧିବେଶନ। ଫେବୃଆରୀ ୧୭ରେ ସରକାର ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ। ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଅଧିବେଶନର ପ୍ରଥମ ଦିନ ଗୃହରେ ଅଭିଭାଷଣ ପ୍ରଦାନ କରିବେ। ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବା ପାଇଁ କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି।
ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ରୁ ୨୧ ଓ ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ।



