www.samajalive.in
Sunday, December 14, 2025
14.1 C
Bhubaneswar

ବିଧାନସଭାର ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୨୮ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ସାତଟି କାର୍ଯ୍ୟଦିବସ ରହିଥିବାବେଳେ କାମଚଳା ବଜେଟ ଉପସ୍ଥାପନ କରାଯିବ। ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଜି ପୁଲିସ ମହାନିର୍ଦେଶକ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ବିଧାନସଭା ଅଧିବେଶନ ପାଇଁ ୨୮ ପ୍ଲାଟୁନ ଫୋର୍ସ ମୁତୟନ ହେବାକୁ ଥିବାବେଳେ ତିନି ଥାକିଆ ସୁରକ୍ଷା ବଳୟରେ ବିଧାନ ସଭା ରହିବ ଏବଂ ସିସିଟିଭି ନଜରରେ ବିଧାନସଭା ଆଖପାଖ ଅଞ୍ଚଳକୁ ରଖାଯିବ। ସନ୍ଦିଗ୍ଧ ଓ ଆନ୍ଦୋଳନକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପୁଲିସ ମହାନିର୍ଦେଶକ ସୂଚନା ଦେଇଛନ୍ତି।

ବିଧାନସଭା ବଜେଟ ଅଧିବେଶନ ଫେବୃଆରୀ ୫ ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବ। ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ । ଏସ୍‌ଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ୍‌ ସ୍କ୍ବାଡ୍‌, ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ ।

- Advertisement -

ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍‌ଜି, ରବୀନ୍ଦ୍ର ମଣ୍ଡପ ଛକ ଏବଂ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜା ଯାଇଛି । ଆନ୍ଦୋଳନକାରୀଙ୍କ ଠାରୁ ଆରମ୍ଭ କରି ସନ୍ଦିଗ୍ଧ, ସମସ୍ତଙ୍କ ଗତିବିଧି ଉପରେ ନଜର ରଖାଯିବ। ସୁରକ୍ଷାକୁ ଅଧିକ କଡ଼ାକଡ଼ି ପାଇଁ ବିଧାନସଭା ଗେଟ୍‌, ରବୀନ୍ଦ୍ର ମଣ୍ଡପ ଗେଟ୍‌, ଲୋୟର ପିଏମ୍‌ଜି ଆଦି ୫ଟି ସ୍ଥାନରେ ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ ରୁମ୍‌ କରାଯାଇଛି ।‌ ଡିସିପି ପ୍ରତୀକ ସିଂଙ୍କ ନେତୃତ୍ବରେ ୮ ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ୧୦୦ରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହେବେ। ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗି ରହିବେ । ବିଧାନସଭା ଛାତ ଉପରେ ରୁଫ ଟଫ ପୁଲିସ ମୁତୟନ ହେବେ। ପ୍ରବେଶ ପଥରେ ଦୁଇଟି ଚେକ୍‌ପୋଷ୍ଟ କରାଯାଇଥିବାବେଳେ ବିଧାନସଭାକୁ ସଂଯୋଗ କରୁଥିବା ୫ଟି ରୁଟକୁ ଡାଇଭର୍ଟ କରାଯାଇଛି।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories