ସୁରୁଖୁରୁରେ ଚାଲିଛି ପ୍ରଶ୍ନକାଳ: ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଆଲୋଚନା

ଭୁବନେଶ୍ୱର: ବିଧାନସଭା ପଞ୍ଚମ ଦିନରେ ସୁରୁଖୁରୁରେ ଚାଲିଛି ପ୍ରଶ୍ନକାଳ । ପ୍ରଶ୍ନକାଳରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ରାଜ୍ୟରେ ୧୭,୭୬୧ ମଞ୍ଜୁରୀପ୍ରାପ୍ତ ଶିକ୍ଷକ ପଦବୀ ଖାଲି ପଡିଥିବା ବେଳେ ବିଭିନ୍ନ ଜିଲାରେ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ବିଧାୟକ ମାନେ ପ୍ରଶ୍ନ କରିଥିଲେ । ସଦସ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ୧୬,୫୧୯ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି ହେବ । ଶିକ୍ଷକ ପଦ ସୃଷ୍ଟି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହାସହିତ ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା ନେଇ ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି । ମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ।

Comments are closed.