www.samajalive.in
Saturday, December 6, 2025
23.1 C
Bhubaneswar

ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ସହରାଞ୍ଚଳ: ରାଜ୍ୟପାଳ

ଭୁବନେଶ୍ବର: ଷୋଡଶ ବିଧାନସଭାର ଶେଷ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣରେ ରାଜ୍ୟପାଳ କହିଛନ୍ତି। ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ । ଓଡିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ହୋଇଛି। ଫାଇଭ୍-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ। ୨୦୨୨-୨୩ରେ ୬.୦୩ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି। ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ଦିଆଯାଇଛି। ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮. ୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣା ମିଳୁଛି। ଅନ୍ତୋଦ୍ବୟ ଅନ୍ନ ଯୋଜନାରେ ମାସିକ ୩୫କେଜି  ଚାଉଳ ମାଗଣା ମିଳୁଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପରିବାକୁ ରାଜ୍ୟ ଚାଉଳ ଦେଉଛି। ୩.୧୫ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି। ୧୭.୧୧ ଲକ୍ଷ ଚାଷୀଙ୍କଠାରୁ ୭୯.୧୬ ଲକ୍ଷ ଟନ୍ ଧାନ ସଂଗ୍ରହ ହୋଇଛି। ରାଜ୍ୟର ୪୦ ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି। ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି। ସମୟ ପୂର୍ବରୁ ଘର ସରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି। ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ବପ୍ନ ସାକର ପାଇଁ ମୋ ଘର ଆରମ୍ଭ ହୋଇଛି। ଆମ ଓଡିଶା ନବୀନ ଓଡିଶାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି। ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି। ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ। ନ୍ୟୁୟର୍କ , ଟୋକିଓ , ସିଙ୍ଗାପୁର ଭଳି ଓଡିଶାରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଚାଲିଛି। ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ରେ ପୁରୀ ଓ ଗୋପାଳପୁର ଦେଶର  ପ୍ରଥମ ଓ ଦ୍ବିତୀୟ ସହର। ୨୪ ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ସୁବିଧା ପାଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories