www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‍: ୩ ମୃତ, ୧୯ ଗୁରୁତର ମେଡିକାଲରେ ଭର୍ତ୍ତି

ବାରିପଦା: ମୟୂରଭଞ୍ଜ ଜିଲା ସଦର ମହକୁମା ୧୮ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବୁଢୀ ଖମାରି ଗ୍ରାମ ନିକଟରେ ଆଜି ଭୋର ସାଢେ ୪ଟା ବେଳେ ଏକ ଯାତ୍ରୀବାହି ବସ୍‍ ଟ୍ରକକୁ ପଛରୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ବସଟି ହାଇଦ୍ରାବାଦରୁ କାଶୀ ବିଶ୍ୱନାଥ ଅଭିମୁଖେ ଯାଉଥିବା ବେଳେ ଟ୍ରକକୁ ପଛରୁ ଧକ୍କା ଦେଇଥିଲା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories