www.samajalive.in
Friday, December 5, 2025
27.1 C
Bhubaneswar

ଦୁଇ ଦିନ ପ୍ରବଳ ବର୍ଷା, ଜିଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ସମାଜ ଡିଜିଟାଲ ଡେସ୍କ: ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି । ୨୭ ତାରିଖ ଅର୍ଥାତ ରବିବାର ଦିନ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ ।
ସେପଟେ ହୀରାକୁଦର ୨୦ଟି ଗେଟ୍‍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଉପର ମୁଣ୍ଡରେ ବର୍ଷା ଜାରି ରହିଥିବାରୁ ଗେଟ୍‍ ସଂଖ୍ୟା ବଢିବା ସମ୍ଭାବନା ରହିଛି । ନଦୀ ଜଳସ୍ତର ବଢୁଥିବାରୁ ସତର୍କ କରିଛି ଜଳସମ୍ପଦ ବିଭାଗ । ଅବପାତ ବର୍ଷାକୁ ନେଇ ଜିଲାପାଳମାନେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ଏହାସହିତ ୨୮ ତାରିଖ ଯାଏଁ ସମୁଦ୍ରକୂ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories