www.samajalive.in
Monday, December 15, 2025
15.1 C
Bhubaneswar

ଆଜି କ୍ୟାବିନେଟ ଓ ମନ୍ତ୍ରୀପରିଷଦ ବୈଠକ, ଆସିବ ୨୫ ପ୍ରସ୍ତାବ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ ବସିବ। ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା କ୍ୟାବିନେଟ ବୈଠକରେ ପ୍ରାୟ ୨୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ରହିଛି। ସେଥିମଧ୍ୟରେ ଏମଏସଏମଇ, ଏସଏସପିଡ଼ି, ପଞ୍ଚାୟତିରାଜ, ସ୍ବାସ୍ଥ୍ୟ ଓ ସାଧାରଣ ପ୍ରଶାସନ ବିଭାଗ ଭଳି ବିଭିନ୍ନ ବିଭାଗର କ୍ୟାଡର ରୁଲ୍ ସଂଶୋଧନ ରହିଛି। ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତାକାଲି ଦିବ୍ୟାଙ୍ଗ ମାନଙ୍କ ପାଇଁ ଏକ ସେଣ୍ଟର ଅଫ୍ ଏକ୍ସଲେନ୍ସି କରାଯିବା ପାଇଁ ପ୍ରସ୍ତାବ ରହିଛି। ଏହାବାଦ୍ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି)ର କ୍ୟାଡର ରୁଲ୍ ସଂଶୋଧନ ମଧ୍ୟ ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମୀକ୍ଷକ ତଥା ଅଡିଟର-ସର୍ଭିସ୍ ରୁଲର ସଂଶୋଧନ ଅଣାଯିବ ବୋଲି ଜଣାଯାଇଛି।

ଏହି ଅବସରରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ଆସନ୍ତା ୨୦୨୧-୨୨ ଆର୍ଥିକବର୍ଷ ଲାଗି ମନ୍ତ୍ରୀ ପରିଷଦର ଅନୁମୋଦନ ନିଆଯିବ। ତେବେ ୨୦୨୦-୨୧ ଆର୍ଥିକବର୍ଷ ଲାଗି ରାଜ୍ୟ ବଜେଟର ଆକାର ୧ଲକ୍ଷ ୬୧ହଜାର ୭୦୦ କୋଟିକୁ ବୃଦ୍ଧି କରାଯାଇଥିଲା, ହେଲେ କୋଭିଡ଼ ମହାମାରୀ ପାଇଁ ଅଦ୍ୟାବଧି ବ‌େ‌ଜଟର ୫୦ ପ୍ରତିଶତ ଅର୍ଥ ଖର୍ଚ୍ଚ ହୋଇପାରିନାହିଁ। କୋଭିଡ଼ ପାଇଁ ନିର୍ମାଣ ଓ ଭିତ୍ତିଭୂମି କାର୍ଯ୍ୟ ପଛେଇ ଯାଇଥିବାରୁ ସିଂହ ଭାଗ ଅର୍ଥ ଏବେ ଏହି ବାବଦରେ ଖର୍ଚ୍ଚ ହେବ। ଚଳିତବର୍ଷ ପୌର ନିର୍ବାଚନ ଏବଂ ଆସନ୍ତାବର୍ଷ ପଞ୍ଚାୟତ ନିର୍ବାଚନ ରହିଛି। ଏହାକୁ ଦୃଷ୍ଟିରେ ରଖି କର୍ମଚାରୀଙ୍କ ଦରମା ବାବଦ ପ୍ରଶାସନିକ ଖର୍ଚ୍ଚକୁ ବାଦ୍ ଦେଲେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରିବାକୁ ବଜେଟରେ ପ୍ରାଥମିକତା ଦିଆଯିବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ଆର୍ଥିକବର୍ଷ ରାଜ୍ୟ ବଜେଟର ଆକାର ପ୍ରାୟ ୧ ଲକ୍ଷ ୭୫ ହଜାର କୋଟିକୁ ବୃଦ୍ଧି ପାଇବ ବୋଲି ଜଣାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories