www.samajalive.in
Saturday, December 6, 2025
26.1 C
Bhubaneswar

କ୍ୟାବିନେଟ ନିଷ୍ପତ୍ତି – କୁଳପତି ଚୟନରେ ସାମିଲ ହେବେ ଶିକ୍ଷାବିତ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଆଜିର କ୍ୟାବିନେଟ ବୈଠକରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ, ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଏହି ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ କରାଯାଉଛି। ଶ୍ରୀ ଆହୁଜା କହିଛନ୍ତି, ବିଶ୍ୱବିଦ୍ୟାଳୟଗୁଡ଼ିକରେ ଶୈକ୍ଷିକ ଉତ୍କର୍ଷତା, ଗୁଣାତ୍ମକ ଗବେଷଣା ନିମନ୍ତେ ଏବଂ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ପ୍ରାପ୍ତି ଦିଗରେ ହେଉଥିବା ସମସ୍ୟାର ସମାଧାନ କରିବାକୁ ଏହି ସଂଶୋଧନ କରାଯାଇଛି। ସଂଶୋଧନର ମୁଖ୍ୟ ଦିଗଗୁଡ଼ିକ ହେଉଛି ବିଶ୍ବବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଉନ୍ନତି ଆଣିବା, ଅଧିକ ସ୍ବାୟତ୍ତତା ସହିତ ବିଶ୍ବବିଦ୍ୟାଳୟଗୁଡ଼ିକୁ ସଶକ୍ତ କରିବା ତଥା ଉତ୍ତରଦାୟିତ୍ଵ ବଜାୟ ରଖିବା ଏବଂ ଅଧ୍ୟାପକ ନିଯୁକ୍ତି ଓ କୁଳପତି ଚୟନ ପ୍ରକ୍ରିୟାରେ ଏକାଡେମିକ୍ ପ୍ରଫେସନାଲମାନଙ୍କୁ ଜଡିତ କରିବା।

- Advertisement -

ଏହି ଆଇନରେ ସଂଶୋଧନ କରି ରାଜ୍ୟ ସରକାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ ସରଳ କରିବା ସହ କୋର୍ଟ ମାମଲା ହେତୁ ଶିକ୍ଷକ ନିଯୁକ୍ତିରେ ଆସିଥିବା ସ୍ଥାଣୁତା ଦୂର କରିବାକୁ ଲକ୍ଷ୍ୟ ରଖିଛନ୍ତି। ନିଯୁକ୍ତି ପାଇଁ ଅଧିକ ସ୍ବଚ୍ଛ ଏବଂ ସମୟ ସୀମା ବଦ୍ଧ ପ୍ରଣାଳୀ ସୃଷ୍ଟି କରିବାକୁ ଏହି ପରିବର୍ତ୍ତନଗୁଡିକ ପରିକଳ୍ପନା କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories