www.samajalive.in
Sunday, December 7, 2025
26.1 C
Bhubaneswar

ଶିଳ୍ପ ନୀତି ୨୦୧୫ର ଦୁଇଟି ସଂଶୋଧନକୁ କ୍ୟାବିନେଟ ମଞ୍ଜୁରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ, ୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ସହ ଶିଳ୍ପ ନୀତି ୨୦୧୫ର ଦୁଇଟି ସଂଶୋଧନକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ସଂଶୋଧନ ଅନୁଯାୟୀ, ଯୋଗ୍ୟ ନିବେଶକମାନେ ପ୍ରୋତ୍ସାହନ ପାଇଁ ସେମାନଙ୍କର ଦାବିକୁ ଠିକ୍ ସମୟରେ ପ୍ରଦାନ କରିବାକୁ ସକ୍ଷମ ହେବେ ଏବଂ ପ୍ରୋତ୍ସାହନକୁ ସୁଗମ ପରିଚାଳନା ପାଇଁ ସହାୟକ ହେବ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି ଯେ, ବିଭିନ୍ନ ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ବିଷୟରେ କିମ୍ବା ନୀତି ତଥା ଦରଖାସ୍ତ ପ୍ରଣାଳୀ ବିଷୟରେ ସେମାନଙ୍କର ଅଜ୍ଞତା କାରଣରୁ ଅନେକ କ୍ଷେତ୍ରରେ ଶିଳ୍ପ ସଂସ୍ଥା ଆବେଦନପତ୍ର ଦାଖଲ କରିବାରେ ବିଳମ୍ୱ ହୁଏ। ଏତଦବ୍ୟତୀତ କୋଭିଡ ମହାମାରୀ ଦ୍ବାରା ସୃଷ୍ଟି ହୋଇଥିବା ପରିସ୍ଥିତିକୁ ମଧ୍ୟ ବିଚାରକୁ ନେଇ, ଶିଳ୍ପ ନୀତି ୨୦୧୫ ଅଧୀନରେ ସମସ୍ତ ପ୍ରକାରର ପ୍ରୋତ୍ସାହନ ଏବଂ ପ୍ରମାଣପତ୍ର ପାଇଁ ଆବେଦନ ଦାଖଲ କରିବାର ସମୟସୀମାକୁ ୧ ବର୍ଷରୁ ୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଅନୁମୋଦନ ଦିଆଯାଇଛି। ୨ ବର୍ଷରୁ ଅଧିକ ବିଳମ୍ବ ପାଇଁ, ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ବିଚାର କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। ପରବର୍ତ୍ତୀ ସମୟରେ ଏକକ ପଦକ୍ଷେପ ଭାବରେ, ଯେଉଁ ନିବେଶକମାନେ ବ୍ୟବସାୟିକ ଉତ୍ପାଦନ ଆରମ୍ଭ କରିସାରିଛନ୍ତି କିନ୍ତୁ ଧାର୍ଯ୍ୟ ତାରିଖ ମଧ୍ୟରେ ପ୍ରୋତ୍ସାହନ କିମ୍ବା ପ୍ରମାଣପତ୍ର ପାଇଁ ସେମାନଙ୍କ ଆବେଦନ ଦାଖଲ କରିବାରେ ବିଫଳ ହୋଇଥିଲେ, କିନ୍ତୁ ୩୦.୦୬.୨୦୧୩ ମଧ୍ୟରେ ଦାଖଲ କରିଥିଲେ ମଧ୍ୟ ଅଯୋଗ୍ୟ ହୋଇଥିବେ ସେମାନଙ୍କ ଦରଖାସ୍ତ ଯୋଗ୍ୟ ଆବେଦନକାରୀ ଭାବେ ପୂନଃ ବିଚାର କରାଯିବ।

- Advertisement -

ସେହିପରି ଅନ୍ୟ ଏକ ସଂଶୋଧନ ଅନୁଯାୟୀ, ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ରେ ୨୦୨୦ରେ ହୋଇଥିବା ସଂଶୋଧନ ୧୩.୧୧.୨୦୧୮ ଠାରୁ କାର୍ଯ୍ୟକାରୀ ହେବ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories