www.samajalive.in
Wednesday, December 10, 2025
18.1 C
Bhubaneswar

ଶନିବାର ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର: ଚଳିତମାସ ୧୭ ତାରିଖରେ ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏଥିପାଇଁ ଦୁଇଦିନ ତଳେ ସରକାରଙ୍କ ପକ୍ଷରୁ ସବୁ ବିଭାଗଠାରୁ ପ୍ରସ୍ତାବ ଲୋଡ଼ା ଯାଇଥିଲା। ଗୁରୁବାର ସୁଦ୍ଧା ରାଜ୍ୟ ସରକାରଙ୍କ ନିକଟକୁ ୫ଟି ପ୍ରସ୍ତାବ ଆସିଛି। ଏଥିମଧ୍ୟରେ ରାଜସ୍ବ ବିଭାଗ, ପୂର୍ତ୍ତବିଭାଗ, ଅର୍ଥବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ରହିଛି। ଏହାବାଦ୍ ଆସନ୍ତାକାଲି ସୁଦ୍ଧା ଅନ୍ୟାନ୍ୟ ବିଭାଗ ପକ୍ଷରୁ ଆଉ କେତେକ ପ୍ରସ୍ତାବ ଆସିବାକୁ ରହିଛି। ସୂଚନା ଅନୁଯାୟୀ ଶନିବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ।

ରାଜ୍ୟ କ୍ୟାବିନେଟରେ ଆସିବାକୁ ଥିବା ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ମଧ୍ୟରେ ବିଭିନ୍ନ ବିଭାଗର କ୍ୟାଡର ପୁନଃଗଠନ ନେଇ ପ୍ରସ୍ତାବ ରହିଛି। ଏହାବାଦ୍ ବାଗଚୀ ଦମ୍ପତିଙ୍କ ଉଦ୍ୟମରେ ଇନଫୋଭ୍ୟାଲିଠାରେ ହେବାକୁ ଥିବା ବିଶ୍ବସ୍ତରୀୟ କର୍କଟ ଚିକିତ୍ସା କେନ୍ଦ୍ର ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ଜମି ହସ୍ତାନ୍ତର ହେବ ଏଥିଲାଗି ରାଜ୍ୟ ସରକାର ଟିକସ (ଷ୍ଟାମ୍ପ ଡ୍ୟୁଟି) ଛାଡ଼ କରାଯିବାର ପ୍ରସ୍ତାବ ରହିଛି। ଏଥିଲାଗି ରାଜସ୍ବ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଯଦି ଆସନ୍ତାକାଲି ସୁଦ୍ଧା ଶେଷ ହୋଇଯିବ ତେବେ ଏହାକୁ କ୍ୟାବିନେଟରେ ସ୍ଥାନିତ କରାଯିବ। ଏହାବାଦ୍ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ବିଭାଗ ପକ୍ଷରୁ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିଲେ କ୍ୟାବିନେଟ ପ୍ରସ୍ତାବ ତାଲିକା ଲମ୍ବିବ ବୋଲି ଜଣାଯାଇଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories