www.samajalive.in
Wednesday, November 12, 2025
28.1 C
Bhubaneswar

କ୍ୟାବିନେଟ୍‍ ବୈଠକ: ୪ଟି ପ୍ରସ୍ତାବରେ ମୋହର, ମହିଳା କର୍ମଚାରୀ ରାତିରେ କାମ କରିପାରିବେ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ସରକାର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୯ର ସଂଶୋଧନ ଆଇନ ମଧ୍ୟ ପାରିତ ହୋଇଛି । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ସପ୍ତାହକରେ ୪୮ଘଣ୍ଟାରୁ ଅଧିକ କାମ କରିଲେ ଓଭରଟାଇମ୍‍ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ ।

ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବେ । ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି । ଏହାସହିତ ଘଟଗାଁ ତାରିଣୀ ପୀଠର ପାରିପାଶ୍ୱିର୍କ ବିକାଶ ପାଇଁ ୨୨୬ କୋଟି ମଞ୍ଜୁରୀ କରାଯାଇଛି । ୫୯ଏକର ଜମିକୁ ନେଇ ପାରିପାଶ୍ୱିର୍କ ବିକାଶ ପାଇଁ ଡିଆରପି ପ୍ରସ୍ତୁତ ହେବ ।

Hot this week

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

ଦିଲ୍ଲୀ ବିସ୍ଫୋରଣ : ଜାନୁଆରୀ ୨୬ରେ ହୋଇଥିଲା ଯୋଜନା

ସମାଜ ଲାଇଭ୍ ଡେସ୍କ : ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା...

ଏସ୍‌ଆଇ ସ୍କାମ୍‌ : ଶଙ୍କରର କେୟାର ଟେକର ଗିରଫ

ଭୁବନେଶ୍ବର: ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର...

ତ୍ରୁଟିଶୂନ୍ୟ ମ୍ୟାଚ୍‌ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ...

Related Articles

Popular Categories