www.samajalive.in
Saturday, December 13, 2025
21.1 C
Bhubaneswar

ପ୍ରଥମ ମହିଳା ଭାବେ ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ (ବିସିଏଏସ)ର ମହାନିର୍ଦ୍ଦେଶକ ଦାୟିତ୍ବ ନେଲେ ଓଡିଆ ଆଇଏସ ଅଧିକାରୀ ଉଷା ପାଢୀ

ନୂଆଦିଲ୍ଲୀ : ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ (ବିସିଏଏସ)ର ମହାନିର୍ଦ୍ଦେଶକ ଭାବରେ ନିଯୁକ୍ତି ପାଇଛନ୍ତି ଓଡିଶା କ୍ୟାଡରର ଆଇଏଏସ ଅଧିକାରୀ ଉଷା ପାଢୀ । ଦେଶର ପ୍ରଥମ ମହିଳା ଭାବରେ ଉଷା ପାଢୀ ଏହି ପଦରେ ନିଯୁକ୍ତ ହୋଇଛନ୍ତି । କାରଣ ଏହି ସଂସ୍ଥାର ସର୍ବୋଚ୍ଚ ପଦବୀ ପାଇବାରେ ୩୩ ବର୍ଷ ମଧ୍ୟରେ ଉଷା ହେଉଛନ୍ତି ପ୍ରଥମ ମହିଳା । ଉଷାଙ୍କ ପୂର୍ବରୁ ଆଇପିଏସ ଅଫିସର ରାକେଶ ଅସ୍ଥାନା ଥିବାବେଳେ ତାଙ୍କୁ ସୀମା ସୁରକ୍ଷା ବଳର (ବିଏସ୍‌ଏଫ୍) ମହାନିର୍ଦେଶକ ଭାବେ ନିଯୁକ୍ତି ମିଳିଛି। ଆଉ ମଙ୍ଗଳବାର ସକାଳେ ଅସ୍ଥାନା ‘ଡିଜି ବିଏସ୍‌ଏଫ୍‌’ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଉଷାଙ୍କୁ ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ (ବିସିଏଏସ)ର ଡିଜି ଭାବେ ଦାୟିତ୍ୱ ମିଳିଛି।


ପୂର୍ବରୁ ଆଇଏଏସ ଉଷା ପାଢୀ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିଲେ। ତାଙ୍କ କାର୍ଯ୍ୟପକ୍ଷତା ଦେଖି ତାଙ୍କୁ ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ (ବିସିଏଏସ)ର ମହାନିର୍ଦ୍ଦେଶକ ଭାବରେ ଅତିରିକ୍ତ ଦାୟିତ୍ବ ମିଳିଛି । ଏହାପୂର୍ବରୁ ପାଢୀଙ୍କୁ ପବନହଂସ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଭାବରେ ମଧ୍ୟ ଅତିରିକ୍ତ ଦାୟିତ୍ବ ମିଳିଥିଲା । ଓଡିଶା କ୍ୟାଡରର ଆଇଏଏସ ଅଧିକାରୀ ଉଷା ପାଢୀ  କେନ୍ଦ୍ରୀୟ ଡେପୁଟେସନରେ ଥିବା ବେଳେ ଗତ ମେ ମାସରେ ଆଉ ଦୁଇ ବର୍ଷ ଏହାର ଅବଧି ବୃଦ୍ଧି କରାଯାଇଛି ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories