www.samajalive.in
Saturday, December 13, 2025
26.1 C
Bhubaneswar

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ ୫୯ଟି ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨ ହଜାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ ମଧ୍ୟ କରିଛନ୍ତି। ଏ ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ।

କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ। ସେମାନେ ଆମ ଅର୍ଥନୀତିର ମେରୁଦଣ୍ଡ। ସେମାନଙ୍କ ତ୍ୟାଗ ଓ ପରିଶ୍ରମ ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି। ସେ କହିଥିଲେ ଯେ ସେ ପ୍ରତିଦିନ ତାଙ୍କ ଘରେ ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛନ୍ତି ଓ ସେମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା ମଧ୍ୟ କରୁଛନ୍ତି। ଚାଷୀ ଭାଇମାନେ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହେଉଥିବା ବିଷୟ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସି ବ୍ୟକ୍ତ କରିଥିଲେ।

- Advertisement -

କୃଷକମାନଙ୍କ ପାଇଁ ରାଜ୍ୟ ସରକାର କାର୍ଯ୍ୟକାରୀ କରୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କ କୃଷି ବଜେଟ୍‌ ୫ ବର୍ଷରେ ୩ ଗୁଣ ହୋଇ ଏବେ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛି। ସେ କହିଥିଲେ ଯେ କାଳିଆ ଯୋଜନା ଚାଷୀ ଭାଇମାନଙ୍କ ପାଇଁ ବହୁତ ଉପକାରୀ ସାବ୍ୟସ୍ତ ହୋଇଛି। ରାଜ୍ୟ ସରକାର ଚାଷୀଭାଇମାନଙ୍କ ଫସଲବୀମାର ପ୍ରିମୟମ ପାଇଁ ୬୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ସେହିପରି ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ମଧ୍ୟ ଦିଆଯାଉଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories