www.samajalive.in
Monday, December 8, 2025
27.1 C
Bhubaneswar

ଗୋଖାଦ୍ୟ ଖର୍ଚ୍ଚ ବାବଦ ୬୦୦୦ ଟଙ୍କା ପର୍ୟ୍ୟନ୍ତ ମିଳିବ ସହାୟତା, ଉପକୃତ ହେବେ ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ

ଭୁବନେଶ୍ବର: ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି। ଏହି ସହାୟତାରେ ପ୍ରତି ଦୁଗ୍‌ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ୟ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ।
ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ବରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ଯ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।


ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ। କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍‌ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories