ରଥ ଅଘଟଣ: ମୃତକଙ୍କ ଆତ୍ମୀୟଙ୍କୁ ୩ଲକ୍ଷ, ଆହତଙ୍କୁ ମାଗଣାରେ ଚିକିତ୍ସା
ଭୁବନେଶ୍ବର : ଗତ କାଲି ବାହୁଡା଼ ଯାତ୍ରା ସମୟରେ କେଉଁଝର ଜିଲା କେନ୍ଦୁଆ ଗ୍ରାମ ଠାରେ ୩ ଜଣ ଓ କୋରାପୁଟ ଜିଲା କୋଲାବ ନଗର ଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
Comments are closed.