www.samajalive.in
Saturday, December 6, 2025
16.1 C
Bhubaneswar

ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘେଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ । ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକରମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର୍‌ ମାନଙ୍କୁ ଦେଢ ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବର କାଗଜ ହକର୍‌ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ। କାମ କରିବା ପାଇଁ ବହୁତ ସମୟରେ ହକରମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲ୍ଲାସ୍ତରରେ ଉପଯୁକ୍ତ ୱାର୍କସେଡ୍‌ ନିର୍ମାଣ କରି ଯୋଗାଇଦେବାକୁ ନିଷ୍ପତ୍ତି କରାଯାଇଛି। ଏହାସହିତ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ହକର୍‌ ମାନଙ୍କର ଏକ ଡିଜିଟାଲ ଡାଟା ବେସ୍‌ ପରିଚାଳନା କରାଯାଇ ସମସ୍ତ ହକର୍‌ ମାନଙ୍କୁ ଜିଲ୍ଲା ସ୍ତରରେ ଯାଂଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories