ଅକ୍ଟୋବର ୭ ଓ ୧୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି

ଡେସ୍କ: ଚଳିତ ଅକ୍ଟୋବର ୭ ଓ ୧୪ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟ ଥିବାରୁ ସେହିଦିନ ଶୁଣାଣି ବନ୍ଦ ରହିବ। ଅକ୍ଟୋବର ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ହେତୁ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

Comments are closed.