www.samajalive.in
Sunday, December 7, 2025
16.1 C
Bhubaneswar

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ, ପୂର୍ବରୁ ଯାଇଛନ୍ତି ନବୀନ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ (ଶନିବାର) ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେ ତାଙ୍କର ଦିଲ୍ଲୀ ଗସ୍ତ ସମୟରେ ବିଭିନ୍ନ କେନ୍ଦ୍ରୀୟ ନେତାଙ୍କ ସମେତ କିଛି କେନ୍ଦ୍ର ମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁଯାୟୀ, ଦିଲ୍ଲୀରୁ ଡାକରା ଆସିବା ପରେ ମୁଖ୍ୟମନ୍ତ୍ରୀ ଗସ୍ତରେ ଯାଇଛନ୍ତି। ରାଜ୍ୟ ବିଜେପି ସଭାପତି ଚୟନ ପାଇଁ ସମୟ ଗଡି ଯାଉଥିବାରୁ ଏ ଦିଗରେ ତ୍ୱରିତ ପଦକ୍ଷେପ ନେବାକୁ ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ, ରାଜ୍ୟରେ ବିଭିନ୍ନ ନିଗମରେ ନିଯୁକ୍ତି ନେଇ ମଧ୍ୟ ଆଲୋଚନା ହୋଇପାରେ। ତେବେ ଏ ନେଇ କୌଣସି ସୂଚନା ଦିଆଯାଇ ନ ଥିବାରୁ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।

ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନବୀନଙ୍କ ଦିଲ୍ଲୀ ଗସ୍ତ ସମୟରେ ବିଜୁ ଜନତା ଦଳର ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଛି। ପାଖାପାଖି ୧୫୦ କୋଟି ଟଙ୍କାର ଲୋଡିଂ ସ୍କାମକୁ ନେଇ ତାଙ୍କୁ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି। ଖବର ଅନୁସାରେ ସେ ବିଜେପିର କିଛି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories