www.samajalive.in
Tuesday, December 9, 2025
15.1 C
Bhubaneswar

ପଶ୍ଚିମବଙ୍ଗ​‌ରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଘଟଣାରେ ସେ ଅଭିଯୁକ୍ତମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଏହି ସମ୍ବେଦନଶୀଳ ଘଟଣାରେ ଅଭିଯୁକ୍ତମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଦୃଢ଼ ଦାବି ଜଣାଉଛି। ମୁଁ ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ଏହା ସହ ପଶ୍ଚିମବଙ୍ଗର ସରକାରଙ୍କୁ ଯୋଗାଯୋଗ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଁ ବରିଷ୍ଠ ଅଧିକାରୀଙ୍କୁ  ନିର୍ଦ୍ଦେଶ ଦେଇଛି। ପରିବାରବର୍ଗଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories