www.samajalive.in
Saturday, December 13, 2025
14.1 C
Bhubaneswar

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ଦାବି ଉପସ୍ଥାପନ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ସନ୍ଧ୍ୟାରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। କେନ୍ଦୁଝରରୁ ୪ ଥର ବିଧାୟକ ମୋହନ ଚରଣ ମାଝୀ ରାଜ୍ୟର ୧୫ତମ ମୁଖ୍ୟମନ୍ତ୍ରୀ ହେବେ ବୋଲି ପ୍ରକାଶ କରିଛି। ଫଳରେ ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିବ। ମୋହନ ଚରଣ ମାଝୀ ବିଜେପି ବିଧାୟକ ଦଳର ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯିବା ପରେ ଓଡ଼ିଶାରେ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ମୋହନ ମାଝୀ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଥିଲେ। ଏହାସହିତ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଦାବି ଉପସ୍ଥାପନ କରିଥିଲେ। ମାଝୀଙ୍କ ସହିତ ବିଜେପିର ଅନେକ ବରିଷ୍ଠ ନେତା ମଧ୍ୟ ରାଜଭବନକୁ ଯାଇଥିଲେ।

 

- Advertisement -

ଆସନ୍ତାକାଲି ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡ଼ା ମଧ୍ୟ ଶପଥ ଗ୍ରହଣ କରିବେ। ସେହିପରି ବିଜେପି ସରକାରର କ୍ୟାବିନେଟ ଓ ରାଜ୍ୟପାହ୍ୟା ମନ୍ତ୍ରୀ ପଦ ପାଇଁ ମଧ୍ୟ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ଓ ରାଜ୍ୟପାହ୍ୟା ମନ୍ତ୍ରୀଙ୍କୁ ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ।

ମୋହନ ଚରଣ ମାଝୀ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ପରିବର୍ତ୍ତନର ମଙ୍ଗ ଧରିବେ ମୋହନ, ପ୍ରଭାତୀ ଓ କନକବର୍ଦ୍ଧନ

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories