www.samajalive.in
Saturday, December 6, 2025
23.1 C
Bhubaneswar

ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀଙ୍କୁ ତିନି ମାସର ଆଗୁଆ ଚାଉଳ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁଯାୟୀ, ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏଁ ଚାଉଳ ପାଇବେ। ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ସେହିପରି ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜିକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାଦ୍‌ ପଡ଼ିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ପ୍ରବାସୀ ଓଡିଆଙ୍କର ଇ-କେ.ୱାଇ.ସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories