ଭୁବନେଶ୍ୱର: ସିକ୍କିମର ତିସ୍ତା ନଦୀରେ ଏକ ପର୍ଯ୍ୟଟକ ବସ୍ ବହୁ ଗଭୀରକୁ ଖସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ରେ ଓଡ଼ିଶାର ଅନେକ ଯାତ୍ରୀ ଥିବା ଜଣାପଡ଼ିଛି। ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ବସ୍ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ସିକ୍କିମ ସରକାରଙ୍କ ସହ ଆଲୋଚନା କରିଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଓଡ଼ିଶା ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶାକୁ ଆଣିବା ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହିତ ଓଡ଼ିଶାରୁ ଅଧିକାରୀମାନଙ୍କ ଏକ ସ୍ବତନ୍ତ୍ର ଟିମ୍ ଏହାର ସୁପରିଚାଳନା ପାଇଁ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ସିକ୍କିମର ପର୍ଯ୍ୟଟକ ବସ୍ ଦୁର୍ଘଟଣାରେ ବର୍ତ୍ତମାନସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି। ଏଥିସହ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ୯ ଜଣ ଯାତ୍ରୀ ଏବେବି ନିଖୋଜ ଅଛନ୍ତି।



