www.samajalive.in
Tuesday, December 9, 2025
19.1 C
Bhubaneswar

ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ପ୍ରଥମ କରି ରାଜଧାନୀ ଭୁବନେଶ୍ୱରରୁ ବାହାରେ ସମ୍ବଲପୁରରେ ସୋମବାର ସକାଳ ସମୟରେ ଆୟୋଜିତ ହେବାକୁ ଯାଉଛି। ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ବିଧାୟକ ଜୟନାରାୟଣ ମିଶ୍ରଙ୍କ ସମେତ ଅନ୍ୟ ମାନେ ସାମିଲ ହେବେ। ଏଥି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମନ୍ତ୍ରୀ ମାନେ ରବିବାର ସମ୍ବଲପୁରରେ ପହଂଚିବା ପରେ ଆଜି ସନ୍ଧ୍ୟାରେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରିଥିଲେ। ଆଜି ସନ୍ଧ୍ୟା ଆଳତୀରେ ସାମିଲ ହେବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମାନେ ମନ୍ଦିର ପରିସର ବୁଲି ଦେଖିବା ସହିତ କିଛି ସମୟ ବିତାଇ ଥିଲେ। ଏହି ଅବସରରେ କାର୍ଯ୍ୟକାରୀ ହେଉଥିବା ସମଲେଇ ପ୍ରକଳ୍ପର ଦ୍ୱିତୀୟ ଫେଜ କାମ ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories