www.samajalive.in
Monday, December 8, 2025
13.1 C
Bhubaneswar

ବ୍ୟାସ ସରୋବର ପ୍ରକଳ୍ପ ଓ ବ୍ୟାସଦେବ ଟାଉନ ହଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଯାଜପୁର ଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନା ଅନ୍ତର୍ଗତ ୪ର୍ଥ କିସ୍ତି ପ୍ରଦାନ ସହ ବ୍ୟାସନଗର ଠାରେ ନବ ନିର୍ମିତ ଟାଉନ ହଲର ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଆବଶ୍ୟକତା ଦୃଷ୍ଟିରୁ ବିଭିନ୍ନ ସାଂସ୍କୃତିକ ଏବଂ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରିବାରେ ଏହି ଟାଉନ ହଲ ବିଶେଷ ସହାୟକ ହେବ।ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ବ୍ୟାସନଗର ଉପକଣ୍ଠରେ ଥିବା ପ୍ରାଚୀନ ଏବଂ ପୂରାଣ ପ୍ରସିଦ୍ଧ ବ୍ୟାସ ସରୋବରର ନବୀକରଣର ମଧ୍ୟ ଉଦଘାଟନ କରିଛନ୍ତି। ମହର୍ଷି ବ୍ୟାସଦେବ ସେଠାରେ ମହାଭାରତର ଶେଷ ପର୍ବ ରଚନା କରିଥିବା ବିଶ୍ୱାସ କରାଯାଏ।

ଏହି ବ୍ୟାସ ଓ ଭକ୍ତ ରାଘବଜୀଉଙ୍କୁ ଏକାଠି ପୂଜା କରାଯିବାର ଏକ ନିଆରା ପରମ୍ପରା ରହିଛି।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories