www.samajalive.in
Sunday, December 14, 2025
17.1 C
Bhubaneswar

ବସ୍ତିବାସିନ୍ଦାଙ୍କୁ ମିଳିଲା ଆଶ୍ରୟ, ସମ୍ମାନର ସହ ବଞ୍ଚିବାର ଅଧିକାର

ଭୁବନେଶ୍ବର: ଭୁବନେଶ୍ୱରର ବସ୍ତିବାସିନ୍ଦା ଓ ଗରିବ ଲୋକଙ୍କୁ ମିଳିଛି ରହିବା ପାଇଁ ଘର। ଆଶ୍ରୟ ଅଧିକାର। ସମ୍ମାନର ସହ ବଞ୍ଚିବାର ଅଧିକାର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ହେଲା- ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ସୁଲଭ ବାସଗୃହ, ସତ୍ୟନଗର ଶାନ୍ତିପଲ୍ଲିରେ ବସ୍ତି ପୁନଃର୍ବିକାଶ ପ୍ରକଳ୍ପ ଓ ସୁବୁଦ୍ଧିପୁରରେ ସୁଲଭ ବାସଗୃହ ପ୍ରକଳ୍ପ। ଏହି ସବୁ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ନୂଆ ଘରର ଚାବି ହସ୍ତାନ୍ତର କରିଛନ୍ତି। ଏହି ୩ଟି ପ୍ରକଳ୍ପରେ ସମୁଦାୟ ୧୭୨୨ ଜଣ ହିତାଧିକାରୀ ଘର ପାଇଛନ୍ତି । ଏହି ସମସ୍ତ ପ୍ରକଳ୍ପ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ନିର୍ମାଣ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର ବିକାଶରେ ବସ୍ତିଲୋକଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକ ମାନଙ୍କୁ ନୂଆ ଘର ଭଲ ଘର ଯୋଗାଇ ଦେଇ ସେ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖରପୁର ବୁଦ୍ଧବିହାର ଯାଇ ସେଠାରେ ସୁଲଭ ବାସଗୃହ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ। ସହରାଞ୍ଚଳରେ ‘ସମସ୍ତଙ୍କ ପାଇଁ ଘର’ କାର୍ଯ୍ୟକ୍ରମରେ ଏହି ପ୍ରକଳ୍ପଟି ୫ ମହଲା ବିଶିଷ୍ଟ ଏବଂ ଏହା ୧୨ ଏକର ଜମିରେ ନିର୍ମାଣ କରାଯାଇଛି। ଏଥିରେ ୮୨୦ଟି ଘର ସମ୍ପୁର୍ଣ୍ଣ ହୋଇ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଉଛି । ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କ ପାଇଁ ସମୁଦାୟ ୨୬୦୦ଟି ଘର ନିର୍ମାଣର ଲକ୍ଷ୍ୟ ରଖାଯାଇଛି।

- Advertisement -

ସେହପରି ସତ୍ୟନଗର ଶାନ୍ତିପାଲିଠାରେ ବସ୍ତି ପୁନଃଉନ୍ନୟନ ଯୋଜନାରେ ସମୁଦାୟ ୧୩୦୦ଟି ଘର ନିର୍ମାଣ କରାଯାଉଛି। ଅଞ୍ଚଳରେ ଥିବା ବସ୍ତି ଅଞ୍ଚଳ ଗୁଡିକର ରୂପାନ୍ତର ଲକ୍ଷ୍ୟରେ ଏହା ହେଉଛି ପ୍ରଥମ ପ୍ରକଳ୍ପ। ୫୬୦ଟି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ଆବଣ୍ଟନ କରାଯାଇଛି। ସୁବୁଦ୍ଧିପୁରରେ ସୁଲଭ ବାସଗୃହ ପ୍ରକଳ୍ପରେ ୩୪୨ଟି ଘର ନିର୍ମାଣ କରାଯାଇ ହିତାଧିକାରୀଙ୍କୁ ଆବଣ୍ଟନ କରାଯାଇଛି । ଏହି ସମସ୍ତ ପ୍ରକଳ୍ପ ଗୁଡିକ ୫ ମହଲା ବିଶିଷ୍ଟ। ଏହି ସବୁ ପ୍ରକଳ୍ପ ପାଇଁ ପାନୀୟ ଜଳଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ସ୍ୱେରେଜ୍ ବ୍ୟବସ୍ଥା, ରାସ୍ତା ଆଲୋକୀକରଣ, ଦୋକାନ ଘର ସହିତ ପାଠାଗାର, ରିଡିଙ୍ଗ ରୁମ୍, ଡିସ୍‌ପେନ୍‌ସରି ଆଦି ଅନେକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଡେପୁଟି ମେୟର, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ବି.ଏମ୍.ସି, ବି.ଡି.ଏ. ଗୃହ ନଗର ଉନ୍ନୟନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories