www.samajalive.in
Sunday, December 14, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା – ଓଡ଼ିଶାର ବିକାଶ ଅନ୍ୟମାନଙ୍କ ପାଇଁ ଆଦର୍ଶ

ଭୁବନେଶ୍ବର: ଦେଶର ବିକାଶରେ ସବୁ ରାଜ୍ୟର ଅବଦାନ ରହିଛି। ଓଡ଼ିଶାର ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶା ବିକାଶର ସବୁ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିଛି। ଓଡ଼ିଶା ରୂପାନ୍ତରଣ ପଥରେ ଆଗେଇ ଚାଲିଛି। ଓଡ଼ିଶାର ବିକାଶ ଅନ୍ୟମାନଙ୍କ ଆଦର୍ଶ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦାର ପଟେଲ, ମୌଲାନା ଆଜାଦ, ଡ. ବି.ଆର. ଆମ୍ବେଦକର, ଡ. ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ମଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା’ ରମାଦେବୀ, ମାଳତୀ ଚୌଧୁରୀ, ଡ. ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ସହିଦ ହୋଇଥିବା ଯବାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି ଅହିଂସା ନ୍ୟାୟ ଓ ସମତା ଓ ବିକାଶର ରାସ୍ତାରେ ଆମେ ଚାଲୁଛୁ। ଆଜି ବିଭିନ୍ନ କ୍ଷେତ୍ରରେ ବିଶ୍ବ ଦରବାରରେ ଭାରତର ପ୍ରତିଷ୍ଠା ବୃଦ୍ଧି ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ତାଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ସମଲେଇ ପ୍ରକଳ୍ପ ମଧ୍ୟ ଖୁବ୍‌ଶୀଘ୍ର ଲୋକାର୍ପିତ ହେବାକୁ ଯାଉଛି। ଆମର କୀର୍ତ୍ତି ଆମ ସ୍ବାଭିମାନ ଓ ଅସ୍ମିତାର ପରିଚୟ। ସତ୍ୟବାଦୀଠାରେ ଓଡ଼ିଆ ବିଶ୍ବବିଦ୍ୟାଳୟର ନୂତନ ସୌଧ ଲୋକାର୍ପିତ ହୋଇଛି। ଓଡ଼ିଆ ଭାଷା ସାହିତ୍ୟର ଅଭିବୃଦ୍ଧି କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ଓଡ଼ିଶାର ଅର୍ଥନୈତିକ ବିକାଶ ଖୁବ୍ ଉତ୍ସାହଜନକ ଅଛି। ଜାତୀୟ ହାର ଠାରୁ ଅଧିକ ରହିଛି। ଗରିବୀ କମ୍ କରିବାରେ ଓଡ଼ିଶା ଏକ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ। ନୀତି ଆୟୋଗ ରିପୋର୍ଟ କହୁଛି ଗତ ନଅବର୍ଷ ମଧ୍ୟରେ ଏକ କୋଟିରୁ ଅଧିକ ଲୋକ ଗରିବୀରୁ ମୁକ୍ତ ହୋଇଛନ୍ତି। ଆମର ୫-ଟି ନୀତି ଯୋଗୁ ଶାସନ ପ୍ରଭାବୀ ହେଉଛି। ଆମର ସବୁ ଯୋଜନାର ସୁଫଳ ଲୋକ ଠିକ୍ ଭାବେ ପାଉଛନ୍ତି। ଶିକ୍ଷା ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ, ଯୋଗାଯୋଗ, ଜଳସେଚନ, ପରିବହନ, କ୍ରୀଡ଼ା ଆଦି ସବୁ କ୍ଷେତ୍ରରେ ରୂପାନ୍ତର ଓଡ଼ିଶାର ବିକାଶକୁ ଉଜ୍ଜ୍ବଳ କରିଛି। ମୋ ସରକାର ଗାଁକୁ ବିକାଶର କେନ୍ଦ୍ର କରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା, ପ୍ରସାର କରାଯାଉଛି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯାଉଛି। ‘ଲକ୍ଷ୍ମୀ’ ବସ ଯୋଜନା ଗାଁରେ ଯୋଗାଯୋଗ କ୍ଷେତ୍ରରେ ରୂପାନ୍ତରଣ ଆଣିଛି। ଗାଁର ସାମାଜିକ-ଅର୍ଥନୈତିକ ବ୍ୟବସ୍ଥାକୁ ଏହା ନୂଆ ଜୀବନ ଦେଇଛି। ଚାଷ ଓ ଚାଷୀର ଉନ୍ନତି ପାଇଁ ସବୁବେଳେ ଗୁରୁତ୍ବ ଦେଇ ଆସୁଛି। ମା’ମାନେ କେବଳ ପରିବାର ନୁହେଁ ଆମ ସମାଜର ଶକ୍ତି। ମିଶନ ଶକ୍ତି ଆଜି ୭୦ ଲକ୍ଷ ମା’ମାନଙ୍କୁ ବିକାଶର ସହଭାଗୀ କରିଛି। ମା’ମାନଙ୍କ ଉପରେ ମୋର ଖୁବ୍ ଭରସା ଅଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ଷ୍ଟାର୍ଟଅପ୍ କ୍ଷେତ୍ରରେ ଆଜି ଓଡ଼ିଶା ରାଜ୍ୟଗୁଡ଼ିକ ମଧ୍ୟରେ ଶୀର୍ଷରେ। ଭାରତ ସରକାରଙ୍କଠାରୁ ଏଥିପାଇଁ ଆମେ ପୁରସ୍କାର ପାଇଛୁ। ଶିଳ୍ପ, ସୂଚନା ପ୍ରଯୁକ୍ତି, ଷ୍ଟାର୍ଟଅପ୍ ସବୁଥିରେ ଓଡ଼ିଶା ଏବେ ଆଗରେ ରହିଛି। ଆମର ନୀତି ଓ ଯୁବ ସମାଜର ପାରଦର୍ଶିତା ଯୋଗୁ ଆଇବିଏମ୍‌, ଡେଲଏଟ, ଆକ୍ସେଞ୍ଚର, କଗ୍‌ନିଜାଣ୍ଟ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସେମାନଙ୍କର ସଂସ୍ଥାଗୁଡ଼ିକ ପ୍ରତିଷ୍ଠା ପାଇଁ ଓଡ଼ିଶାକୁ ପସନ୍ଦ କରୁଛନ୍ତି। ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ଆମର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ବହୁତ ଭଲ କାମ କରୁଛି। ଏହାକୁ ଆଗକୁ ନେଇ ଆମେ ବିଏସ୍‌କେୱାଇ ନବୀନ କାର୍ଡ ଆରମ୍ଭ କରିଛୁ। ଏହାଦ୍ବାରା ରାଜ୍ୟର ଚାରିକୋଟିରୁ ଅଧିକ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇଛି। ଆମର ବିକାଶ ନମୁନା (ମଡେଲ) ସମସ୍ତଙ୍କ ପାଇଁ ସୁଯୋଗ ଆଣିଛି। ସମସ୍ତେ ବିକାଶର ସହଭାଗୀ ହୋଇଛନ୍ତି।

ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଗକୁ ବଢୁଛି। ସମସ୍ତଙ୍କ ସହଯୋଗରେ ଆମେ ନୂଆ ଓଡ଼ିଶା ଗଢ଼ିବା। ଆମ ଓଡ଼ିଶା ହେବ ଶ୍ରେଷ୍ଠ ଓଡ଼ିଶା, ସଶକ୍ତ ଓଡ଼ିଶା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories