www.samajalive.in
Saturday, December 6, 2025
16.1 C
Bhubaneswar

ସହିଦ ରାଜକିଶୋରଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ: ଆଜି ପୈତୃକ ଗାଁରେ ହେବ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ଵର: କେନ୍ଦୁଝର ମାଟିର ପୁଅ ସହିଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜକିଶୋରଙ୍କ ମରଶରୀର ଆଜି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ। କେନ୍ଦୁଝର ଜିଲ୍ଲା ସଦର ବ୍ଲକ୍ ନୂଆଗାଁ ଗାଁର ରାଜକିଶୋର ମୁଣ୍ଡା ବିହାର ରେଜିମେଣ୍ଟ ର ଷଷ୍ଠ ବାଟାଲିୟନରେ ହାବିଲଦାର ଭାବେ କାର୍ଯ୍ୟରତ ଥିଲେ ।
ସ୍ବର୍ଗତ ମୁଣ୍ଡା ଅରୁଣାଚଳ ପ୍ରଦେଶ ର ତାୱାଙ୍ଗ ଠାରେ କର୍ତ୍ତବ୍ୟରତ ଥିବା ବେଳେ ଗତ ୨୯ ତାରିଖ ରେ ସହିଦ ହୋଇଯାଇଥିଲେ। ସେ ସେନା କର୍ମଚାରୀଙ୍କୁ ନେଇ ଯାଉଥିବାବେଳେ ତାଙ୍କ ଗାଡି ଉପରେ ଏକ ପଥର ପଡିବାରୁ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା। ଏଥିରେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ପୈତୃକ ଗାଁ ନୂଆଗାଁରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେକୃତ୍ୟ ସମ୍ପନ୍ନ କରାଯିବ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories