www.samajalive.in
Saturday, December 6, 2025
16.1 C
Bhubaneswar

ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ : ପୂର୍ବାହ୍ନ ୯ଟାରୁ ପଞ୍ଜୀକରଣ

ଭୁବନେଶ୍ବର : ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି, ଆସନ୍ତା ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅଭିଯୋଗ ଶୁଣାଣି ପାଇଁ ସେହିଦିନ ସକାଳ ୯ଟାରୁ ମଧ୍ୟାହ୍ଣ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜୀକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ। ଜିଲାପାଳମାନେ ମଧ୍ୟ ଜିଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦେଶ ଦିଆଯାଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories