www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ: ଆଜିଠୁ ଖୋଲିବ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ବର : ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଖୋଲିବ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଆଜିଠାରୁ ପ୍ରତ୍ୟେକ ସୋମବାର ମୁଖ୍ୟମନ୍ତ୍ରୀ ଏଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଶୁଣାଣି ବେଳେ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି। ଅଭିଯୋଗ ଶୁଣାଣି ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି। ରବିବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର ଏହି ବ୍ୟବସ୍ଥାର ତଦାରଖ କରିଛନ୍ତି। ଦିନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ। ଏହି ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକରଣ କରିପାରିବେ ଓ ପରେ ସେମାନଙ୍କ ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ସେହିପରି ଜିଲାପାଳମାନେ ମଧ୍ୟ ଜିଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦେଶ ରହିଛି। ଅଭିଯୋଗ ଶୁଣାଣିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଅଭିଯୋଗ ନେଇ ଆସୁଥିବା ଜନସାଧାରଣ କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳାର ସହ ଅଭିଯୋଗ କରିପାରିବେ; ସେଥିପାଇଁ ପଦକ୍ଷେପ ନିଆଯାଇଛି। ବ୍ୟାରିକେଡ ଏବଂ ଅନ୍ୟ ଆନୁଷଙ୍ଗିକ ସୁବିଧା କରାଯାଇଛି। ବାହାରେ ପଞ୍ଜୀକରଣ ପାଇଁ ବ୍ୟବସ୍ଥା ହୋଇଛି। ମାଇକ ଯୋଗେ ଲୋକଙ୍କ ନାମ ଘୋଷଣା କରାଯିବ। ସେହିପରି ପ୍ରତୀକ୍ଷାଳୟରେ ଲୋକଙ୍କ ବସିବା ପାଇଁ ସୁବିଧା ରହିଛି। ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ କୁମାର କହିଛନ୍ତି ଯେ, ସୁବ୍ୟବସ୍ଥିତ ଢଙ୍ଗରେ ଅଭିଯୋଗ ଶୁଣାଣି ପାଇଁ ବ୍ୟବସ୍ଥା କରୁଛୁ। ବର୍ଷାଋତୁ ଥିବାରୁ ବାହାରେ ଲୋକେ କିପରି ଅସୁବିଧାର ସମ୍ମୁଖୀନ ନହେବେ, ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି। ପଞ୍ଜୀକରଣ ସହ ସେମାନଙ୍କ ବସିବା ଓ ସୂଚାରୁରୂପେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଲୋକେ ଯେପରି ଅଭିଯୋଗ ଜଣାଇପାରିବେ, ତାହା ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ଜନଗହଳି ସମ୍ଭାବନାକୁ ଦୃଷ୍ଟିରେ ବିଭିନ୍ନ ସୁବିଧା କରାଯାଇଛି। ପାନୀୟ ଜଳ, ଶୌଚାଳୟ, ଆମ୍ବୁଲାନ୍ସ, ମେଡିକାଲ ସୁବିଧା ଆଦି ଉପଲବ୍ଧ ରହିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories