www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ସାଢ଼େ ୪ଟାରେ ସାଉଥ ବ୍ଲକରେ ମୋଦିଙ୍କୁ ନବୀନ ଭେଟିବେ ବୋଲି ସୂଚନା ମିଳିଛି । ସୂଚନା ଅନୁଯାୟୀ ନବୀନ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ ଆଲୋଚନା କରିବେ । ତାହାସହ ଅନ୍ୟକିଛି ସରକାରୀ କାର୍ଯ୍ୟ ସମ୍ପର୍କରେ ମଧ୍ୟ ମୋଦି ନବୀନ ଆଲୋଚନା କରିବେ । ସବୁଠାରୁ ବଡ଼କଥା ହେଉଛି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ଦିଲ୍ଲୀରେ ଆଲୋଚନା​‌ କରିପାରନ୍ତି । ଏଥିସହିତ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ନବୀନ ଭେଟିବାର ସମ୍ଭାବନା ରହିଛି । ସମସ୍ତ ସରକାରୀ କାର୍ଯ୍ୟ ଓ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଜୁନ ୧ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଫେରିବେ ବୋଲି ସୂଚନା ଦିଆଯାଇଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories