www.samajalive.in
Sunday, December 14, 2025
19.1 C
Bhubaneswar

ପ୍ରତି ବ୍ଲକରେ ଖେଳ ପଡିଆ, ପଞ୍ଚାୟତରେ ମିନି ଷ୍ଟାଡିୟମ ଓ ଇନଡୋର ଷ୍ଟାଡିୟମ – ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ସଦର: ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକ୍ୟାପଟର ଯୋଗେ ଆସି ଦିନ ୧୦.୪୦ଟା ମିନିଟ ସମୟରେ ରିଜର୍ଭ ପୁଲିସ ଗ୍ରାଉଣ୍ଡ ଠାରେ ପହଞ୍ଚି ସେଠାରୁ ଦିନ ୧୧ଟା ସମୟରେ ହ୍ୟାଣ୍ଡବଲ ଷ୍ଟାଡିୟମ ଯାଇ ସେଠାରେ ଚାଲିଥିବା ୩୯ତମ ସବ ଜୁନିୟର ବାଳକ ହ୍ୟାଣ୍ଡବଲ ଚମ୍ପିୟାନ ସିପରେ ଯୋଗ ଦେଇଥିଲେ। ତାଙ୍କ ସହ ପାଟଣା ବିଧାୟକ ଡାକ୍ତର ଫକିର ମୋହନ ନାଏକ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଏଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଜୟ ଜଗନ୍ନାଥ ଜୟ ମା ତାରିଣୀ କହି ଖେଳାଳିଙ୍କୁ ସମ୍ବୋଧନ କରିଥିଲେ। ପରେ ପରେ ହିନ୍ଦୀରେ ମଧ୍ୟ ଖେଳାଳୀ ମାନଙ୍କୁ ଅଭିଭାଷଣ ଓ ଶୁଭେଛା ଜଣାଇଥିଲେ। ହ୍ୟାଣ୍ଡବଲ ଖେଳ ପାଇଁ କେନ୍ଦୁଝର ପ୍ରସିଦ୍ଧ ଓ ୧୯୮୦ରେ ପ୍ରଥମେ ଏଠାରେ ଜାତୀୟ ଜୁନିୟର ହ୍ୟାଣ୍ଡବଲ ପ୍ରତିଯୋଗୀତା ହେଇଥିଲା। ଦୀର୍ଘ ୪୫ ବର୍ଷ ପରେ ପୁଣି ଏଠାରେ ଜାତୀୟ ପ୍ରତିଯୋଗିତାର ସୌଭାଗ୍ୟ ମିଳିଛି ବୋଲି କହିଥିଲେ। ହ୍ୟାଣ୍ଡବଲ ଖେଳ ଆଜି ସମସ୍ତଙ୍କୁ ଏକାଠି କରିପାରିଛି। ଏହି ଖେଳର ମୂଲ୍ୟବୋଧକୁ ବୁଝି ଆଗକୁ ବଢିବାକୁ ଆହ୍ବାନ ଦେଇଥିଲେ। ଏ ସରକାର କ୍ରୀଡାକୁ ପ୍ରାଧାନ୍ୟ ଦେଉଛନ୍ତି ଓ କ୍ରୀଡାକୁ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବରେ ଗଢ଼ି ତୋଳିବାକୁ ପ୍ରତି ବ୍ଳକରେ ମଧ୍ୟ ଖେଳକୁ ଗୁରୁତ୍ଵ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

- Advertisement -

ପ୍ରତି ବ୍ଲକରେ ଖେଳ ପଡିଆ ଓ ପଞ୍ଚାୟତରେ ମିନି ଷ୍ଟାଡିୟମ ହେବ ଓ ଗୋଟିଏ ଗୋଟିଏ ଇନଡୋର ଷ୍ଟାଡିୟମ ମଧ୍ୟ ହେବ। ୧୪ଟି ଇନଡୋର ସୁଇମିଂ ପୁଲ, ତୀରନ୍ଦାଜ ଉନ୍ନତି ପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝରର ହ୍ୟାଣ୍ଡବଲ ପଡିଆ ଏସିଆ ମହାଦେଶର ପ୍ରଥମ ସିସ୍ଥେଟିକ ପଡ଼ିଆ। ଆମ ସରକାର ଖେଳ ସହ ରାଜ୍ୟର ବିକାଶ ପାଇଁ ଗୁରୁତ୍ଵ ଦେଉଛନ୍ତି। ହ୍ୟାଣ୍ଡବଲର ଆହୁରି ଉନ୍ନତି ସହ ଅନ୍ତର୍ଜାତୀୟ ସ୍ତରର ଖେଳାଳୀ ପ୍ରସ୍ତୁତ ପାଇଁ ଯାହା ଦରକାର ସରକାର ପ୍ରଦାନ କରିବେ ବୋଲି ଆହ୍ୱାନ ଦେଇଥିଲେ। ଏଥି ସହ ରାଜ୍ୟରୁ ପ୍ରଥମ ଥର ପାଇଁ ଭାରତର ଜୁନିୟର ଟିମର ଯୁଗ୍ମ ପ୍ରଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ପ୍ରଣୟ କୁମାର ପାଣିଙ୍କୁ ଷ୍ଟେଜକୁ ଡାକି ସମ୍ବର୍ଦ୍ଧିତ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories