www.samajalive.in
Monday, December 15, 2025
27.1 C
Bhubaneswar

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ। ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories