www.samajalive.in
Friday, December 5, 2025
26.1 C
Bhubaneswar

ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ସମ୍ପନ୍ନ ହେବ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଦେହାନ୍ତ ହୋଇଛି । ଦୁଇ ଦିନ ତଳେ ଅସୁସ୍ଥ ହୋଇ କଟକ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଆଜି ଭୋର ୫ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ତାଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଦ୍ମଶ୍ରୀ କମଳା ପୂଜରୀଙ୍କ ପୁଅ ଟଙ୍କଧରଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ପଦ୍ମଶ୍ରୀ କମଳା ପୂଜାରୀ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ । ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ବଡ ଅପୂରଣୀୟ କ୍ଷତି । ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories