www.samajalive.in
Friday, December 12, 2025
19.1 C
Bhubaneswar

ବଢୁଛି ଶୀତ, ୧୦ ଡିଗ୍ରୀ ତଳେ ୧୧ ସହର

ଡେସ୍କ: ରାଜ୍ୟବ୍ୟାପୀ ପ୍ରବଳ ଶୀତ ଲହରି ଅନୁଭୂତ ହେଉଛି। ଶନିବାର ରାତିରେ ୧୧ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡ଼ିଗ୍ରୀ ସେଲସିଅସ ରେକର୍ଡ କରାଯାଇଥିବା ବେଳେ କିରେଇରେ ୮.୨ ଡ଼ିଗ୍ରୀ, ଜି.ଉଦୟଗିରିରେ ୮. ୬ ଡ଼ିଗ୍ରୀ, ରାଉରକେଲାରେ ୮. ୮ ଡ଼ିଗ୍ରୀ, ଅନୁଗୁଳରେ ୯ ଡ଼ିଗ୍ରୀ, ରାଣୀତାଲରେ ୯.୪ ଡ଼ିଗ୍ରୀ, ଦାରିଙ୍ଗବାଡିରେ ୯.୫ ଡ଼ିଗ୍ରୀ, ସୁନ୍ଦରଗଡ଼ରେ ୯.୫ ଡ଼ିଗ୍ରୀ, କେନ୍ଦୁଝରରେ ୯.୬ ଡ଼ିଗ୍ରୀ, କୋରାପୁଟରେ ୯.୬ ଡ଼ିଗ୍ରୀ ଓ ଝାରସୁଗୁଡାରେ ୯.୮ ଡ଼ିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି।

ରାଜଧାନୀ ଭୁବନେଶ୍ବରରେ ରାତି ତାପମାତ୍ରା ୧୩.୨ ଡିଗ୍ରୀକୁ ଖସିଥିବା ବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ଼ ହୋଇଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ବର ଓ କଟକରେ ତାପମାତ୍ରା ୧୩ ଡିଗ୍ରୀ ଛୁଇଁଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories