www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ୧୦୦ଟପିଲା ମୋଟ୍‌ ସକ୍ରିୟ ଆକ୍ରାନ୍ତ ସଂଖ୍ୟା; ଆଜି ପୁଣି ୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଶହେ ଟପିଲା ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଗତ କିଛି ଦିନ ହେବ ରାଜ୍ୟରେ ୨ ଅଙ୍କ ତଳକୁ କରୋନା ସଂକ୍ରମଣ ଖସିନଥିବା ବେଳେ ଆଜି ଗତକାଲି ତୁଳନାରେ ଆଉ ୨ଜଣ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରେ ୧୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ପୁଣି ୧୫ ଜଣ ଆକ୍ରାନ୍ତ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୬ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୪ ଜିଲ୍ଲା କରୋନା ମୁକ୍ତ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ସଂକ୍ରମିତ ୪ଜଣ ରହିଛନ୍ତି ।

ଚିହ୍ନଟ ୧୫ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ୩ଜଣ ଆକ୍ରାନ୍ତ ଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ  ୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକ ଓ ଷ୍ଟେଟପୁଲରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର, ନୟାଗଡ଼, ନୂଆପଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୮ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ଶହେ ଟପି ୧୦୫ରେ ପହଞ୍ଚିଛି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories